ସ୍ୱାଧୀନତା ସଂଗ୍ରାମୀଙ୍କ ପରିବାରକୁ ମିଳିବ ଭତ୍ତା – ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଆଜି ଅର୍ଥାତ୍‌ ଅଗଷ୍ଟ ୯ କ୍ରାନ୍ତି ଦିବସ ଅବସରରେ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ସ୍ବାଧୀନତା ସଂଗ୍ରାମୀଙ୍କ ପରିବାରକୁ ଭତ୍ତା ମିଳିବ ବୋଲି ଘୋଷଣା କରିଛନ୍ତି। ଏନେଇ ଖୁବ୍‌ ଶୀଘ୍ର ସ୍ୱାଧୀନତା ସଂଗ୍ରାମୀଙ୍କ ପରିବାରକୁ ଚିହ୍ନଟ କରାଯିବ। ରାଜ୍ୟ ସ୍ୱାଧୀନତା ସଂଗ୍ରାମୀ ସମିତି ପକ୍ଷରୁ କ୍ରାନ୍ତି ଦିବସ ପାଳନ କରାଯାଇଛି ।

ଏହି ଘୋଷଣାକୁ ନେଇ ବିଭିନ୍ନ ମହଲରେ ଖୁସି ପ୍ରକଟ ହୋଇଛି। ଏହାକୁ ମଧ୍ୟ ସ୍ବାଗତ କରାଯାଇଛି। ଏହାଦ୍ବାରା ସ୍ବାଧୀନତା ସଂଗ୍ରାମୀଙ୍କ ପ୍ରତି ଶ୍ରଦ୍ଧା ଓ ସମ୍ମାନ ଦିଆଯିବ ବୋଲି ମତ ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଏହି ଘୋଷଣାକୁ ଐତିହାସିକ ପଦକ୍ଷେପ ବୋଲି କୁହାଯାଉଛି।

ଅଧିକ ପଢନ୍ତୁ