ହବିଷ୍ୟାଳୀଙ୍କ ପାଇଁ ଅଢେଇ କୋଟି ମଞ୍ଜୁର

କାର୍ତ୍ତିକ ମାସରେ ହବିଷ୍ୟାଳୀଙ୍କ ବ୍ରତ ପାଳନ ନିମନ୍ତେ ରାଜ୍ୟ ସରକାର ୨ କୋଟି ୫୭ ଲକ୍ଷ ୫୦ ହଜାର ଟଙ୍କା ଅନୁମୋଦନ କରିଛନ୍ତି। ଏହା ସହିତ ହବିଷ୍ୟାଳୀ ମା’ଙ୍କୁ କାର୍ତ୍ତିକ ବ୍ରତ ପାଳନ ନିମନ୍ତେ ସମସ୍ତ ପ୍ରକାର ସୁବିଧା ଓ ସହଯୋଗ ପ୍ରଦାନ କରାଯିବ ବୋଲି ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି। ହବିଷ୍ୟାଳି ମା’ମାନଙ୍କ ପାଇଁ ଦୀର୍ଘ ଏକ ମାସ ଧରି ପୁରୀରେ ବିଭିନ୍ନ ହବିଷ୍ୟାଳି କେନ୍ଦ୍ର ମାନଙ୍କରେ ସୁରକ୍ଷିତ ରହଣି ବ୍ୟବସ୍ଥା, ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ, ମହାପ୍ରସାଦ ସେବନ, ଭଜନ-କୀର୍ତ୍ତନ ଓ ଅନ୍ୟାନ୍ୟ ସାଂସ୍କୃତିକ କାର୍ଯ୍ୟକ୍ରମ ଆଦିର ବ୍ୟବସ୍ଥାକୁ ସୁନିୟନ୍ତ୍ରିତ କରିବା ପାଇଁ ସରକାରଙ୍କ ତରଫରୁ ବିଭିନ୍ନ ପଦକ୍ଷେପମାନ ନିଆଯିବାର ଯୋଜନା ରହିଛି । ଏଥିସହ ପବିତ୍ର କାର୍ତ୍ତିକ ମାସରେ ହବିଷ୍ୟାଳି ମା’ମାନେ ଯେପରି ନିଜର ବ୍ରତ ପାଳନ ସମୟରେ କୌଣସି ପ୍ରକାର ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି ଏହାକୁ ସୁନିଶ୍ଚିତ କରିବା ପାଇଁ ବ୍ୟାପକ ବ୍ୟବସ୍ଥା କରାଯିବ ବୋଲି ମନ୍ତ୍ରୀ ଶ୍ରୀ ସୂରଜ କହିଛନ୍ତି।ସୂଚନା ଅନୁସାରେ ଚଳିତ ଅକ୍ଟୋବର ୧୮ରୁ କାର୍ତ୍ତିକ ବ୍ରତ ଆରମ୍ଭ ହେବ। ଏହି ସମୟରେ ପୁରୀରେ ଦର୍ଶନାର୍ଥୀଙ୍କ ସଂଖ୍ୟା ବଢ଼ିବା ସମ୍ଭାବନା ଥିବାରୁ ସରକାରଙ୍କ ତରଫରୁ ବିଶେଷଭାବେ ପଦ‌େ‌କ୍ଷପ ଗ୍ରହଣ କରାଯାଇଛି।

ଅଧିକ ପଢନ୍ତୁ

Odisha Darpan Digital