ହାଇକୋର୍ଟରେ ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗ ।

ହାଇକୋର୍ଟରେ ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗ । ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗରେ ଆଜି ଏକ ବଡ ଖବର ସାମ୍ନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ସତ୍ୟପାଠ ଦାଖଲ ହେଲା । ଚାବି ହଜିବା କମିଶନଙ୍କ ରିପୋର୍ଟ ସାର୍ବଜନୀନ କରିବାକୁ ସରକାର ବାଧ୍ୟ ନୁହଁନ୍ତି ।ଚାବି ହଜିବା ଘଟଣାର ତଦନ୍ତ କରୁଥିଲେ ଜଷ୍ଟିସ ରଘୁବିର ଦାସ କମିଶନ । ତଦନ୍ତ ଶେଷ ପରେ ରାଜ୍ୟ ସରକାରଙ୍କୁ ରିପୋର୍ଟ ଦେଇ ସାରିଛନ୍ତି କମିଶନ । ଚାବି କାହିଁକି ହଜିଲା ଓ କେମିତି ହଜିଥିଲା ଏନେଇ ରାଜ୍ୟବାସୀ ଜାଣିବା ଦରକାର ବୋଲି ଆବେଦନରେ ଦର୍ଶାଇଥିଲେ ଆବେଦନକାରୀ । ଆସନ୍ତା ମାର୍ଚ୍ଚ ୧୨ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣୀ କରାଯିବ ।

ଅଧିକ ପଢନ୍ତୁ