ହୀରାକୁଦରେ କମୁଛି ଜଳସ୍ତର । ହୀରାକୁଦ ଡ୍ୟାମର ୪ଟି ଗେଟ୍ ବନ୍ଦ ହୋଇଛି। ଏବେ ହୀରାକୁଦରୁ ମୋଟ୍ ୧୦ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଥିବା ଜଣାଯାଇଛି।ବର୍ତ୍ତମାନ ହୀରାକୁଦ ଜଳ ଭଣ୍ଡାରରେ ଜଳସ୍ତର ୬୧୨ ଫୁଟ୍ରୁ ଅଧିକ ରହିଛି । ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ୨ ଲକ୍ଷ ୫୮ ହଜାର କ୍ୟୁସେକ୍ ଜଳ ପ୍ରବେଶ କରୁଥିବା ବେଳେ ୨ ଲକ୍ଷ ୫୦ ହଜାର କ୍ୟୁସେକ୍ ଜଳ ନିଷ୍କାସିତ ହେଉଛି । ଉପରମୁଣ୍ଡରେ ଜଳସ୍ତର କମୁଥିବାର ଧୀରେ ଧୀରେ ଗେଟ୍ ବନ୍ଦ କରାଯାଉଛି । ପ୍ରଥମ ପର୍ଯ୍ୟାୟରେ ୨୦ଟି ଗେଟ୍ ଖୋଲାଯାଇଥିଲା ।
ଏବେ ଧୀରେ ଧୀରେ ଗେଟ୍ ବନ୍ଦ କରାଯାଉଛି । ସୂଚନାଯୋଗ୍ୟ, ଗତ ୪ ତାରିଖ ସକାଳ ସାଢ଼େ ୯ଟାରେ ହୀରାକୁଦ ଜଳଭଣ୍ଡାରରୁ ପ୍ରଥମେ ବନ୍ୟାଜଳ ନିଷ୍କାସନ କରାଯାଇଥିଲା। ପରମ୍ପରା ଅନୁଯାୟୀ ସବୁ ବର୍ଷ ଭଳି ଏବର୍ଷ ମଧ୍ୟ ପ୍ରଥମେ ବାମ ପାର୍ଶ୍ବର ୭ ନମ୍ବର ଗେଟ୍ ଖୋଲାଯାଇଥିଲା। ତାପରେ ତାକୁ ମିଶାଇ ବାମ ପାର୍ଶ୍ବର ୫ଟି ଓ ଡାହାଣ ପାର୍ଶ୍ବର ୨ଟି ସ୍ଲୁଇସ୍ ଗେଟ୍ ଖୋଲାଯାଇଥିଲା। ତାପରେ ବାମ ପାର୍ଶ୍ବର ୯ଟି ଓ ଡାହାଣ ପାର୍ଶ୍ବର ୪ଟି ଗେଟ୍ ଖୋଲାଯାଇଛି। ରବିବାର ସନ୍ଧ୍ୟା ସୁଦ୍ଧା ମୋଟ ୨୦ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି ରହିଥିଲା