ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ଅଧିକ, ନିଷ୍କାସନ କମ୍। ହୀରାକୁଦ ଜଳଭଣ୍ଡାରକୁ ଏବେ ପ୍ରତି ସେକେଣ୍ଡରରେ ଜଳଭଣ୍ଡାରକୁ ୨ ଲକ୍ଷ ୮୯ ହଜାର ୯୪୩ କ୍ଯୁସେକ ପାଣି ପ୍ରବେଶ କରୁଥିବାବେଳେ ପ୍ରତି ସେକେଣ୍ଡରେ ୨ ଲକ୍ଷ ୬୯ ହଜାର ୫୨୮କ୍ୟୁସେକ୍ ପାଣି ଛଡାଯାଉଛି। ୨୦ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସନ ଜାରି ରହିଛି। ଜଳଭଣ୍ଡାରରୁ ୩୫ ହଜାର ୩୫୨ କ୍ୟୁସେକ୍ ଜଳ ବିଦ୍ୟୁତ୍ ଉତ୍ପାଦନ କେନ୍ଦ୍ର, କେନାଲରେ ୩୨୨୩ କ୍ୟୁସେକ୍ ଏବଂ କଳକାରଖାନା ପାଇଁ ୨୩୪ କ୍ୟୁସେକ୍ ଛଡ଼ାଯାଉଛି। ତେବେ ଇନଫ୍ଲୋଠାରୁ ଆଉଟଫ୍ଲୋ କମ୍ ଥିବାରୁ ଆହୁରି ଗେଟ୍ ଖୋଲିବାର ସମ୍ଭାବନା ରହିଛି। ରୁଲ୍ କର୍ଭ ଅନୁସାରେ ଜୁଲାଇ ୩୧ ସୁଦ୍ଧା ଜଳସ୍ତର ୬୦୫ ଫୁଟ ରହିବା କଥା।
