ହୋମଗାର୍ଡ ଶାରୀରିକ ପରୀକ୍ଷା ବେଳେ ଟଳି ପଡ଼ିଲେ ଯୁବକ ।

ଗଜପତିରେ ହୋମଗାର୍ଡ ପଦବୀ ଲାଗି ଚାଲିଥିବା ଶାରୀରିକ ପରୀକ୍ଷା ସମୟରେ ଅଘଟଣ। ଏଥିରେ ଜଣେ ପ୍ରାର୍ଥୀଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୭ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ ପାରଳାଖେମୁଣ୍ଡି ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଛି। ମୃତକ ଜଣଙ୍କ ହେଲେ ରାମଗିରି ଥାନା ଅନ୍ତର୍ଗତ ପରିସଲ ଗ୍ରାମର ସୁଲନ୍ତ ମିଶାଲ।ସୂଚନା ଅନୁସାରେ ଆଜି ସକାଳୁ ଶାରିରୀକ ପରୀକ୍ଷା ଆରମ୍ଭ ହୋଇଥଲା । ରାଣିପେଣ୍ଠ ଠାରୁ ପଦ୍ମପୁର ଦୁଇ କିଲୋମିଟର ରାସ୍ତାରେ ସକାଳୁ ଦୈାଡ ପରୀକ୍ଷା ଚାଲିଥିବା ବେଳେ ଦୈାଡରେ ସଫଳତାର ସହ ଉତ୍ତୀର୍ଣ୍ଣ ହୋଇଥିଲେ । କିନ୍ତୁ ହଠାତ୍ ତଳେ ପଡ଼ିଯିବା ପରେ ଗୁରୁତର ହୋଇପଡିଥିଲେ ।ସେମାନଙ୍କୁ ତୁରନ୍ତ ପାରଳାଖେମୁଣ୍ଡି ମୁଖ୍ୟ ଚିକିତ୍ସାଳୟକୁ ଅଣାଯାଇଥିଲା । ସେଠାରେ ଡାକ୍ତର ସୁଲନ୍ତଙ୍କୁ ମୃତ ଘୋଷଣା କରିଥିଲେ।

ଅଧିକ ପଢନ୍ତୁ

Odisha Darpan Digital