ହ୍ୟାକରଙ୍କ ଟାର୍ଗେଟରେ ରେଭେନ୍ସା । ରେଭେନ୍ସା ବିଶ୍ୱବିଦ୍ୟାଳୟ ୱେବ୍ ସାଇଟ୍ ହ୍ୟାକ କଲେ ସାଇବର ଅପରାଧୀ । BENTO4D ନାଁରେ ରହିଛି ଏହି ୱେବ୍ ସାଇଟ୍ । ବିଭିନ୍ନ ପ୍ରକାର ବେଟିଂ ବା ଗ୍ୟାମ୍ବଲିଙ୍ଗ ଗେମ୍ ରହିଛି ଏହି ୱେବ୍ ସାଇଟରେ । ହ୍ୟାକକୁ ନେଇ ଚିନ୍ତାରେ ରେଭେନ୍ସା ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷ ।ରେଭେନ୍ସା ୱେବ୍ସାଇଟ୍ରୁ ସାର୍ଟିଫିକେଟ୍ ଡାଉନ୍ଲୋଡ୍ ନେଇ କୌଣସି କାମ କରି ହେଉନଥିବା ଅଭିଯୋଗ ହୋଇଛି । କେମିତି ୱେବସାଇଟ୍ ହ୍ୟାକ୍ ହେଲା ତାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ସେପଟେ ଉଚ୍ଚ ଶିକ୍ଷା ବିଭାଗର ଇନଷ୍ଟା ଆକାଉଣ୍ଟ ମଧ୍ୟ ହ୍ୟାକ୍ ହୋଇଥିବା ଅଭିଯୋଗ ହୋଇଥିଲା । ପେଜ୍ରେ କେହି ଅଶ୍ଳୀଳ ଭିଡିଓ ଅପଲୋଡ୍ କରି ଦେଇଥିବା ଅଭିଯୋଗ ହୋଇଥିଲା । ମାତ୍ର କିଛି ସମୟ ପରେ ଉଚ୍ଚଶିକ୍ଷା ବିଭାଗର ଇନଷ୍ଟା ପୂର୍ବଭଳି ଠିକ୍ ହୋଇ ଯାଇଥିଲା।
