ଦିନକୁ ଦିନ ସୁନା ଦର ବୃଦ୍ଧି ହେବାରେ ଲାଗିଛି । ୧ଲକ୍ଷ ଟଙ୍କା ଟପିବ ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୮୭ ହଜାର ୧୬୦ ଟଙ୍କା ହୋଇଛି । ଏହାସହ ୨୨ କ୍ୟାରେଟ୍ ସୁନା ମୂଲ୍ୟ ୭୯, ୯୦୦ ଟଙ୍କା ଛୁଇଁଛି ।ସେହିପରି ଆଜି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନାଦର ୭୯ ହଜାର ୯୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନାଦର ୮୭ ହଜାର ୧୬୦ ହୋଇଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୭୯,୯୦୦ ଟଙ୍କା ଓ ୮୭,୧୬୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୮୦, ୦୫୦ ଟଙ୍କା ଓ ୮୭, ୩୧୦ ଟଙ୍କା ରହିଛି ।ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୭୯,୯୦୦ ଓ ୮୭,୧୬୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୯୯,୧୦୦ ଟଙ୍କା ହୋଇଛି ।
