୧୦ଟି ବିଭାଗର ଗ୍ରୁପ-Cର ପଦବୀ ପୂରଣ ପାଇଁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

ଖୁଵଶୀଘ୍ର ପୂରଣ ହେବ ୨୨ହଜାର ୮୯୬ ଗ୍ରୁପ ସି ପଦବୀ । ରାଜ୍ୟ ସରକାରଙ୍କ ୧୦ ବିଭାଗର ଗ୍ରୁପ ସିର ୨୨ ହଜାର ୮୯୬ ପଦବୀ ପୂରଣ ପାଇଁ ମୁଖ୍ୟ ସଚିବଙ୍କ ନିର୍ଦ୍ଦେଶ । ଅଗଷ୍ଟ ୩୧ ସୁଦ୍ଧା ପ୍ରତ୍ୟକ୍ଷ ନିଯୁକ୍ତି ପ୍ରକ୍ରିୟାରେ ନିଯୁକ୍ତି ପୂରଣ କରିବାକୁ ନିର୍ଦ୍ଦେଶ ରହିଛି । ସର୍ବାଧିକ ବିଦ୍ୟାଳୟ ଓ ଗଣଶିକ୍ଷ ବିଭାଗର ୮ ହଜାର ୩୫୮, ପଂଚାୟତିରାଜ ବିଭାଗର ୪ ହଜାର ୪୨, ସ୍ବାସ୍ଥ୍ୟ ବିଭାଗର ୩ ହଜାର ୬୭୭ ସହ ୧୦ଟି ବିଭାଗରେ ନିଯୁକ୍ତି ସାରିବାକୁ ନିର୍ଦ୍ଦେଶ ଦିଆଯାଇଛି । ୧୦ଟି ବିଭାଗରେ ୪୪ ହଜାର ୯୦୯ ପଦବୀ ଖାଲି ପଡ଼ିଥିବା ବେଳେ ୨୨ ହଜାର ୮୯୬ ପଦବୀ ପୂରଣ ପାଇଁ ବିଭାଗ ଗୁଡିକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ ।

ଅଧିକ ପଢନ୍ତୁ