୧୦ବର୍ଷରେ ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଇ ୪୦୩ ଜଣଙ୍କ ମୃତ୍ୟୁ

ଗତ ୩ ବର୍ଷରେ ଯାଇଛି ୨୩୩ ଦାଦନଙ୍କ ଜୀବନ। ଆଜି ବିଧାନସଭାରେ ଏଭଳି ସୂଚନା ଦେଇଛନ୍ତି ଶ୍ରମମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ। ସେ କହିଛନ୍ତି, ବିଗତ ଦିନରେ ବଢିଛି ଦାଦନ ସମସ୍ୟା।ସର୍ବଧିକ ଗଞ୍ଜାମ ଜିଲ୍ଲାରୁ ୫୯ ଜଣ ପ୍ରାଣ ହରାଇଥିବା ବେଳେ କଳାହାଣ୍ଡି ଜିଲ୍ଲାରୁ ୩୯ ଜଣ ଓ ବଲାଙ୍ଗୀର ଜିଲ୍ଲାରୁ ୩୫ ଜଣ ପ୍ରାଣ ହରାଇଛନ୍ତି । ଓଡିଶାରେ ଲାଗି ରହିଥ‌ିବା ଦାଦନ ସମସ୍ୟାର ସମାଧାନ ପାଇଁ ରାଜ୍ୟ ସରକାର ସ୍ୱତନ୍ତ୍ର ଟାସ୍କଫୋର୍ସ ଗଠନ କରିଛନ୍ତି । ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଏହି ସ୍ୱତନ୍ତ୍ର ଉଚ୍ଚସ୍ତରୀୟ ଟାସ୍କଫୋର୍ସ ଗଠିତ ହୋଇଛି ।

ଏହା ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ମାଧ୍ୟମରେ କାର୍ଯ୍ୟ କରୁଛି। ପଞ୍ଚାୟତିରାଜ ମନ୍ତ୍ରୀଙ୍କ ସହ ଅନ୍ୟ ବିଭାଗ ମନ୍ତ୍ରୀ, ମୁଖ୍ୟ ସଚିବ, ଉନ୍ନୟନ କମିଶନର, ବିଭାଗୀୟ ସଚିବ ପ୍ରମୁଖ ଟାସ୍କଫୋର୍ସ ସଦସ୍ୟ ରହିବେ । ଏହି ଟାସ୍କଫୋର୍ସ ଦାଦନ ସମସ୍ୟା ଦୂର କରିବାକୁ ବିଭିନ୍ନ କାର୍ଯ୍ୟପନ୍ଥା ସ୍ଥିର କରିବ।

ଅଧିକ ପଢନ୍ତୁ