ସରକାରୀ ଚାକିରିରେ ବଦଳି ଏକ ନିୟମିତ ପ୍ରକ୍ରିୟା। ଯଦି କୌଣସି କର୍ମଚାରୀ ବା ଅଧିକାରୀ ଏହାକୁ ନ ମାନନ୍ତି ତେବେ ତାଙ୍କ ବିରୋଧରେ ଚାକିରି ସର୍ତ୍ତାବଳୀ ଅନୁଯାୟୀ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇପାରିବ। ତେବେ ୧୦ଜଣ ଓଡ଼ିଶା ଅର୍ଥ ସେବା ଅଧିକାରୀଙ୍କୁ ଅର୍ଥ ବିଭାଗ ପକ୍ଷରୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି । ଜାନୁଆରୀ ୨୮ରେ ଅର୍ଥବିଭାଗ ଅନୁସଚିବ ସୁନେଇନା ସିଂହ ସମ୍ପୃକ୍ତ ଅଧିକାରୀଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି । ଯଦି ଏହି ଚିଠି ପାଇବା ପରେ କାର୍ଯ୍ୟରେ ଯୋଗ ନ ଦିଅନ୍ତି ତେବେ ସରକାରଙ୍କ ପକ୍ଷରୁ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଆଉ ସୁଯୋଗ ପ୍ରଦାନ କରାଯିବ ନାହିଁ ବୋଲି ସିଂହ ପତ୍ରରେ ଦର୍ଶାଇଛନ୍ତି । ପତ୍ରରେ ବରିଷ୍ଠ ଓଏଫ୍ଏସ୍ ସତ୍ୟସାଇ ଦାସ, ବିଜୟଲକ୍ଷ୍ମୀ ବିଶ୍ୱାଳ, ସନତ କୁମାର ଜେନା, ଗୀତା ଦାସ, ନିରୁପମା ସାହୁ, ପଦ୍ମଜ୍ୟୋତି ସାହୁ, ବିଚିତ୍ର ଗମାଙ୍ଗୋ, ବିରଞ୍ଚିି ମହାନନ୍ଦିଆ, ପଦ୍ମାବତୀ ନାୟକ ଓ ବିଭୂତେନ୍ଦୁ ପ୍ରତାପ ଲେଙ୍କା ରହିଛନ୍ତି।
