୧୦ ତାରିଖଠାରୁ ରାଜ୍ୟରେ ଥଣ୍ଡା ବୃଦ୍ଧି ହେବାର ସମ୍ଭାବନା

ଆସନ୍ତା ୭ ତାରିଖ ବେଳକୁ ଏକ ପଶ୍ଚିମା ଝଡ଼ ପଶ୍ଚିମ ହିମାଳୟ ଅଞ୍ଚଳକୁ ପ୍ରଭାବିତ କରିବାର ସମ୍ଭାବନା ରହିଛି। ଉତ୍ତର-ପଶ୍ଚିମ-ଭାରତର ସଂଲଗ୍ନ ସମତଳ ଅଞ୍ଚଳରେ ୮ ତାରିଖରେ ରହିବ। ଏହା ପ୍ରଭାବରେ ଉତ୍ତର ପଶ୍ଚିମ ଦିଗରୁ ଥଣ୍ଡା ଶୁଷ୍କ ବାୟୁ ପ୍ରବାହ ବୃଦ୍ଧି ସହ ୧୦ ତାରିଖଠାରୁ ରାଜ୍ୟରେ ଥଣ୍ଡା ବୃଦ୍ଧି ହେବାର ସମ୍ଭାବନା ରହିଛି।

ତେବେ ଆଜି କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, କନ୍ଧମାଳ ଏବଂ ମାଲକାନଗିରି ଜିଲାଗୁଡ଼ିକରେ କିଛି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି।୮ ତାରିଖରେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ସମେତ ସୁନ୍ଦରଗଡ଼, ଦେଓଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ଅନୁଗୁଳ, ଗଜପତି, ୯ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଗଜପତି, ନୟାଗଡ଼, ଗଞ୍ଜାମର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଛି।

ଅଧିକ ପଢନ୍ତୁ

Odisha Darpan Digital