୧୨ଟି ନୂଆ ଏନଏସି ପାଇଁ ବିଜ୍ଞପ୍ତି ପ୍ରକାଶ

ରାଜ୍ୟ ସରକାର ଏନ୍‌ଏସି ସଂଖ୍ୟା ବୃଦ୍ଧି କରିବା ପାଇଁ ଯୋଜନା ଆରମ୍ଭ କରିଦେଇଛନ୍ତି। ଏଥି ପାଇଁ ୧୨ଟି ନୂଆ ଏନ୍‌ଏସି ପାଇଁ ଡ୍ରାଫ୍ଟ ନୋଟିସ୍ ଜାରି କରିଛନ୍ତି। ଏନେଇ ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି।ଏହି ୧୨ ନୂଆ ଏନଏସି ହେଉଛି ଅନୁଗୁଳ ଜିଲ୍ଲାର ପାଲ୍ଲହଡ଼ା, ସୁବର୍ଣ୍ଣପୁରର ବୀରମହାରାଜପୁର, ବାଲେଶ୍ଵରର ସିମୁଲିଆ ଓ ବସ୍ତା, ମୟୁରଭଞ୍ଜର ବେତନଟୀ, ବାଙ୍ଗିରିପୋଷି ଓ ଚିତ୍ରଡା, ରାୟଗଡ଼ାର ବିଷମକଟକ, ସମ୍ବଲପୁରର ବାମରା ଓ ରେଙ୍ଗାଲି, ଭଦ୍ରକର ତିହିଡି ଓ ଧୁଷୁରି ସାମିଲ। ଏହି ସବୁ ସହର ନସଂଖ୍ୟା, ଭୌଗୋଳିକି ସ୍ଥିତି ଏବଂ ଭିତ୍ତିଭୂମିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ସବୁ ଅଞ୍ଚଳକୁ ଏନଏସି କରିବାକୁ ନିଷ୍ପତ୍ତି ନେଇଛନ୍ତି।

ଅଧିକ ପଢନ୍ତୁ