୧୨ ଯାଏଁ ଭିଜିବ ଓଡ଼ିଶା, ପ୍ରବଳ ଝଡ଼ବର୍ଷା ପାଇଁ ୬ ଜିଲ୍ଲାକୁ ଆଲର୍ଟ

ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ। ବିଭିନ୍ନ ସ୍ଥାନରେ ପାଗ ମେଘୁଆ ରହିବା ସହ ସ୍ବଳ୍ପ ଧରଣର ବର୍ଷା ମଧ୍ୟ ହେଉଛି। ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ଥିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଗୁରୁବାର କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଅନୁଗୋଳ, ସୁନ୍ଦରଗଡ଼ ଓ ମୟୂରଭଞ୍ଜ ଜିଲାକୁ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ୩୦ରୁ ୪୦ କିମି ପବନ ବହିବାର ସମ୍ଭାବନା ନେଇ ୟେଲୋ ୱାର୍ନିଂ ଜାରି ହୋଇଛି। ସେହିପରି ଶୁକ୍ରବାର କେନ୍ଦୁଝର, ସୁନ୍ଦରଗଡ଼, ଅନୁଗୋଳ, ବୌଦ୍ଧ ଓ ମୟୂରଭଞ୍ଜ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ହାଲୁକା ବର୍ଷା ଓ ୩୦ରୁ ୪୦ କିମି ବେଗରେ ପବନ ବହିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଅଧିକ ପଢନ୍ତୁ