୧୩ ଜିଲାକୁ କାଳବୈଶାଖୀ ନେଇ ସତର୍କତା ଜାରି କରାଯାଇଛି। ଆସନ୍ତା ୩ ଦିନ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି। ବିଭିନ୍ନ ଜିଲାରେ ବିଜୁଳି ଘଡ଼ଘଡ଼ି ବର୍ଷା ସମ୍ଭାବନା ରହିଛି।ଅନୁଗୋଳ, ବଲାଙ୍ଗୀର, ଭଦ୍ରକ, ବୌଦ୍ଧ, କଟକ, ଢେଙ୍କାନାଳ, ଜଗତସିଂହପୁର, ଯାଜପୁର, କଳାହାଣ୍ଡି, କନ୍ଧମାଳ, କେନ୍ଦ୍ରାପଡ଼ା,ମାଲକାନଗିରି, ନବରଙ୍ଗୁପୁରକୁ ସତର୍କ କରାଯାଇଛି। ଅନ୍ୟପଟେ ଆଗାମୀ ୧୨ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେବ ଲଘୁଚାପ । ପୂର୍ବ କେନ୍ଦ୍ରୀୟ ଆରବ ସାଗରରେ ସୃଷ୍ଟି ହେବ ଲଘୁଚାପ । ଉତ୍ତର କର୍ଣ୍ଣାଟକ-ଗୋଆ ଉପକୂଳରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ପରବର୍ତ୍ତୀ ସମୟରେ ଏହା ଉତ୍ତର ଦିଗରେ ଗତି କରିବ । ଏହା ଘନୀଭୂତ ହୋଇ ଆଗାମୀ ୩୬ ଘଣ୍ଟାରେ ଅବପାତରେ ପରିଣତ ହେବ ।
