ଆସନ୍ତା ୨୦ ତାରିଖ ଦୀପାବଳି ପର୍ବ ଉପଲକ୍ଷେ ଅତିରିକ୍ତ ଛୁଟି ଘୋଷଣ କରିଛନ୍ତି ରାଜ୍ୟସରକାର। ନୂଆପଡ଼ା ଜିଲା ବ୍ୟତୀତ ରାଜ୍ୟର ଅନ୍ୟ ସବୁ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବା ନେଇ ଘୋଷଣା ହୋଇଛି। ପୂର୍ବରୁ ଘୋଷିତ ୨୧ ତାରିଖ ଛୁଟି ମଧ୍ୟ ବଳବତ୍ତର ରହିବ। ମାତ୍ର ୨୧ ତାରିଖରେ ସମସ୍ତ ବ୍ୟାଙ୍କ ଓ ଅନ୍ୟାନ୍ୟ ବ୍ୟାଙ୍କିଂ ସଂସ୍ଥା ଖୋଲା ରହିବ। । ଏହାସହ ୨୫ ତାରିଖ ଚତୁର୍ଥ ଶନିବାରକୁ କାର୍ଯ୍ୟଦିବସ ଭାବେ ଘୋଷଣା କରାଯାଇଛି ।
