ଓଡିଶା ବିଧାନସଭାର ବଜେଟ ଅଧିବେଶନ ଆଜି ଆରମ୍ଭ ହୋଇଛି । ଏହି ଅଧିବେଶନ ପୂର୍ବରୁ ରାଜ୍ୟ ସରକାର ଏକ ସ୍ୱେତପତ୍ର ଜାରି କରିଛନ୍ତି । ଏଥିରେ ଉଲ୍ଲେଖ ରହିଛି କି, ରାଜ୍ୟ ସରକାର ୨୦୨୭ ସୁଦ୍ଧା ରାଜ୍ୟର ୨୫ ଲକ୍ଷ ମହିଳାଙ୍କୁ ଲକ୍ଷପତି ଦିଦି କରିବାର ଯୋଜନା କରିଛନ୍ତି । ଏନେଇ ଜାତୀୟ ଗ୍ରାମୀଣ ଜୀବୀକା ମିଶନ ଉପରେ ଗୁରୁତ୍ୱ ଦିଆଯାଇଛି । ଏହି ଜୀବୀକା ମିଶନ ଅଧିନରେ ରହିଛି ଲକ୍ଷପତି ଦିଦି ଅଭିଯାନ ।
ଏହାର ଉଦ୍ଦେଶ୍ୟ ହେଉଛି ମହିଳା ସ୍ୱଂୟ ସହାୟକ ଗୋଷ୍ଠୀ ସଦସ୍ୟମାନଙ୍କୁ ବାର୍ଷିକ ଅତି କମରେ ୧ ଲକ୍ଷ ଟଙ୍କା ରୋଜଗାର କରିବାରେ ସାହାଯ୍ୟ କରିବା । ୨୦୨୭ ସୁଦ୍ଧା ୨୫ ଲକ୍ଷ ମହିଳାଙ୍କୁ ଲକ୍ଷପତି ଦିଦି ଭାବେ ସଶକ୍ତ କରିବାକୁ ମୋ ସରକାର ଯୋଜନା କରିଛନ୍ତି ।୨୦୨୪-୨୫ ଆର୍ଥିକ ବର୍ଷରେ ପ୍ରାୟ ୧୦ ଲକ୍ଷ ମହିଳାଙ୍କୁ ଏହି ସ୍ତରର ଆୟ ହାସଲ ପାଇଁ ତାଲିମ ଦିଆଯିବ ।