୨୧ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ।

ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଓ ଏହାର ପାଶ୍ୱର୍ବର୍ତ୍ତୀ ଅଞ୍ଚଳ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଶୁକ୍ରବାରଠାରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବାର ସମ୍ଭାବନା ରହିଛି । ଆସନ୍ତା ୧୦ ତାରିଖ ପର୍ୟ୍ୟନ୍ତ ରାଜ୍ୟରେ ଲାଗି ରହିବ ବର୍ଷା । ପ୍ରବଳ ବର୍ଷା ନେଇ ୨୨ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ନୟାଗଡ଼, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ଝାରସୁଗୁଡା, ଦେବଗଡ଼, ସମ୍ବଲପୁର, ଗଞ୍ଜାମ, ଗଜପତି, କୋରାପୁଟ, ରାୟଗଡା, ମାଲକାନଗିରି ଏବଂ ନବରଙ୍ଗପୁରକୁ ସତର୍କତା ଜାରି କରାଯାଇଛି । ସେଥିପାଇଁ ୮,୯ ଏବଂ ୧୦ ତାରିଖରେ ମତ୍ସ୍ୟଜୀବୀ ଙ୍କୁ ସମୁଦ୍ର ମନା । ଅବପାତଟି ଉତ୍ତର ଓଡିଶା ଦେଇ ଗାଙ୍ଗେୟ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଏବଂ ଛତିଶଗଡ଼ ମୁହାଁ ହେବ । ଉପର ମହାନଦୀ ଏବଂ ତଳ ମହାନଦୀ ଅବବାହିକାରେ ପ୍ରବଳ ବର୍ଷା ହେବ ।

ଅଧିକ ପଢନ୍ତୁ

kc ads