ମେ’ ଶେଷ ସପ୍ତାହରେ ବଙ୍ଗୋପସାଗର ଏବଂ ଆରବସାଗରରେ ଲଘୁଚାପ ସମ୍ଭାବନା ରହିଛି । ୨୧ ମେ’ ବେଳକୁ ଆରବସାଗରର କର୍ଣ୍ଣାଟକ ଉପକୂଳରେ ଘୁର୍ଣ୍ଣିବଳୟ ସମ୍ଭାବନା ରହିଛି । ୨୨ ମେ’ ବେଳକୁ ଏହା ଲଘୁଚାପର ରୂପ ନେବ । ମେ’ ୨୭ରେ ମୌସୁମୀ କେରଳ ଛୁଇଁବା ନେଇ ପୂର୍ବାନୁମାନ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଥିଲା । ଆଗାମୀ ୪ ଦିନ ପାଇଁ କାଳବୈଶାଖୀ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ୨୩ ମେ’ ପର୍ଯ୍ୟନ୍ତ ରାଜ୍ୟରେ ଲାଗିରହିବ କାଳବୈଶାଖୀ ବର୍ଷା ।
