ଆଗାମୀ ପାଞ୍ଚ ଦିନ ଯାଏ ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିବ । ଦିନର ତାପମାତ୍ରା ୩ରୁ ୫ ଡିଗ୍ରୀ କମ ରହିବ । ୨୨ ତାରିଖ ଯାଏ ରାଜ୍ୟର କିଛି ସ୍ଥାନରେ ହାଲୁକାର ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।ଆଜି ଉପକୂଳ ଓଡ଼ିଶା ସମେତ ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ଼, ଝାରସୁଗୁଡ଼ାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି । ମୟୂରଭଞ୍ଜ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ୫୦ରୁ ୬୦ କିଲୋମିଟର ବେଗରେ ପବନ ବୋହିବା ସହ ଘଡ଼ଘଡ଼ି ଓ କୁଆପଥର ବର୍ଷାର ସମ୍ଭାବନା ରହିଛି । ସେହିପରି ସୁନ୍ଦରଗଡ଼, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ପୁରୀ, ରାୟଗଡ଼ା, କୋରାପୁଟ, ମାଲକାନାଗିରି, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାର କିଛି ସ୍ଥାନରେ ଘଡ଼ଘଡ଼ ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଆସନ୍ତା ୨୨ ତାରିଖ ଯାଏ ରାଜ୍ୟର ପାଗ ଏପରି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
