୨୪ରେ ମହିଳାଙ୍କ ଆକାଉଣ୍ଟକୁ ଆସିବ ସୁଭଦ୍ରା ଟଙ୍କା

ଲଣ୍ଡନ ଗସ୍ତ ଶେଷ କରି ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ‘ସୁଭଦ୍ରା’ ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ଆଗାମୀ ୨୪ ତାରିଖରେ ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ମିଳିବ। କିିଛି ହିତାଧିକାରୀଙ୍କ ଡକ୍ୟୁମେଣ୍ଟରେ ସମସ୍ୟା ଥିବାରୁ ସେମାନଙ୍କ ଆକାଉଣ୍ଟକୁ ଟଙ୍କା ଯିବା ବିଳମ୍ବ ହୋଇଥିଲା । ୨୦ ଲକ୍ଷରୁ ଅଧିକ ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା । ଏ ପର୍ଯ୍ୟନ୍ତ ଏହି ଯୋଜନାରେ ସାମିଲ ହେବାକୁ ୧ କୋଟି ୨୦ ହଜାରରୁ ଅଧିକ ମହିଳା ହିତାଧିକାରୀ ପଞ୍ଜୀକରଣ କରିସାରିଲେଣି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଶୁଭାରମ୍ଭ କରାଯାଇଥିବା ସୁଭଦ୍ରା ଯୋଜନାରେ କୋଟିଏରୁ ଅଧିକ ହିତାଧିକାରୀଙ୍କୁ ପଞ୍ଜୀକୃତ କରିବା ଏକ ବଡ଼ ଉପଲବ୍ଧି ହେବ ବୋଲି ପ୍ରଭାତୀ କହିଛନ୍ତି। ସୂଚନାଯୋଗ୍ୟ, ବର୍ଷକୁ ଦୁଇଟି କିସ୍ତିରେ ମିଳିବ ୧୦ ହଜାର ଟଙ୍କା । ୫ ବର୍ଷରେ ଆକାଉଣ୍ଟକୁ ମୋଟ ୫୦ ହଜାର ନଗଦ ଟଙ୍କା ଆସିବ । ଚଳିତ ଆର୍ଥିକ ବର୍ଷରୁ ବହୁ ପ୍ରତୀକ୍ଷିତ ସୁଭଦ୍ରା ଯୋଜନା ଲାଗୁ ହୋଇଛି। ୨୦୨୪ ନିର୍ବାଚନରେ ଭାଜପା ଦେଇଥିବା ନିର୍ବାଚନୀ ପ୍ରତିଶ୍ରୁତି ଅନୁସାରେ ଓଡ଼ିଶାରେ ମହିଳା ସଶକ୍ତିକରଣ ଲାଗି ରାଜ୍ୟ ସରକାର ସୁଭଦ୍ରା ଯୋଜନା ଆରମ୍ଭ କରିଛନ୍ତି ।

ଅଧିକ ପଢନ୍ତୁ

Odisha Darpan Digital