୨୪ ଘଣ୍ଟା ଭିତରେ ଲଘୁଚାପ ସମ୍ଭାବନା ।

ଦକ୍ଷିଣ ବଙ୍ଗୋପସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ୮ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ। ଲଘୁଚାପର ବିଶେଷ ପ୍ରଭାବ ରହିବନି। ୮ରୁ ୧୦ ତାରିଖ ଉପକୂଳ ଓଡ଼ିଶାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ ବିଶେଷଜ୍ଞ ପୂର୍ବାନୁମାନ କରିଛନ୍ତି ।ଲଘୁଚାପ ନେଇ ଅନ୍ତର୍ଜାତୀୟ ପାଣିପାଗ ବିଜ୍ଞାନୀ ଜାସନ ନିକୋଲସ ପୂର୍ବାନୁମାନ କରିଛନ୍ତି । ବଙ୍ଗୋପ ସାଗର ତଥା ପଶ୍ଚିମ ଆଣ୍ଡାମାନ ଦ୍ବୀପପୁଞ୍ଜ ନିକଟବର୍ତ୍ତୀ ଅଞ୍ଚଳରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟିର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଓଡିଶାରେ ବର୍ଷା ହେବ। ଏପରିକି ଛତିଶଗଡ, କର୍ଣ୍ଣାଟକ, କେରଳ ଓ ତାମିଲନାଡୁ ସହ ଶ୍ରୀଲଙ୍କାରେ ମଧ୍ୟ ଲଘୁଚାପ ପ୍ରଭାବରେ ବର୍ଷା ସମ୍ଭାବନା ରହିଛି।୮ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ଅନୁଗୁଳ, ଦେବଗଡ଼, ମୟୂରଭଞ୍ଜ, ଯାଜପୁର, ଭଦ୍ରକ, ବାଲେଶ୍ୱର, ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା ଓ କୋରାପୁଟ ଜିଲ୍ଲାରେ ବର୍ଷା ଓ ଘଡ଼ଘଡ଼ି ହୋଇପାରେ । ୩୦ରୁ ୪୦ କିମି ବେଗରେ ପବନ ବି ବହିବାର ସମ୍ଭାବନା ଅଛି । ୯ ଓ ୧୦ ତାରିଖରେ ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଓ ଘଡ଼ଘଡ଼ି ସମ୍ଭାବନା ଅଛି ।

ଅଧିକ ପଢନ୍ତୁ

Odisha Darpan Digital