ରାଜ୍ୟରେ ମୌସୁମୀ ସକ୍ରିୟ ହୋଇଥିବାବେଳେ ସାରା ଓଡ଼ିଶାରେ ବର୍ଷା ଜାରି ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ଆସନ୍ତା ୫ଦିନ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ଜାରି ରହିବ |ଗୁରୁବାର ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା ଅଛି । ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା, ସମ୍ବଲପୁରର ସ୍ଥାନେ ସ୍ଥାନେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ବରଗଡ଼, ସୋନପୁର, ଦେବଗଡ଼, ଅନୁଗୁଳ, ମୟୂରଭଞ୍ଜରେ ପ୍ରବଳ ବର୍ଷା ହେବ ।୨୦ ତାରିଖ (ଶୁକ୍ରବାର) ଠାରୁ ବର୍ଷା ପ୍ରକୋପ ସାମାନ୍ୟ କମିବ । ସେହିପରି ବରଗଡ଼, ସୋନପୁର, ବୌଦ୍ଧ, ଢ଼େଙ୍କାନାଳ, ଯାଜପୁର ଏବଂ ଭଦ୍ରକ ଆଦି ଜିଲାରେ ପ୍ରବଳ ବର୍ଷା ଆଶଙ୍କାରେ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।
