ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ପାଶ୍ୱର୍ବର୍ତ୍ତୀ ଉତ୍ତର ଓଡ଼ିଶା ଏବଂ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ଅଛି । ଏହା ପ୍ରଭାବରେ ସେଇ ସ୍ଥାନରେ ଆସନ୍ତା ୨୫ ତାରିଖବେଳକୁ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ଅଛି । ପାଣିପାଗ ବିଭାଗ ପକ୍ଷରୁ ଦୁଇ ସପ୍ତାହ ଜାରି ବିସ୍ତାରିତ ପୂର୍ବାନୁମାନ ଅନୁସାରେ ସମ୍ଭାବ୍ୟ ଲଘୁଚାପ ଘନୀଭୂତ ହୋଇ ଅବପାତ ରୂପ ନେବାର ସମ୍ଭାବନା ସ୍ୱଳ୍ପ ରହିଛି ।ବର୍ତ୍ତମାନ ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ଜାରି ରହିଛି। ୨୫ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି।ଆଜି ୫ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ଏହି ଜିଲ୍ଲାଗୁଡ଼ିକ ହେଲା କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡ଼ା ଯାଜପୁର, ଖୋର୍ଦ୍ଧା, ପୁରୀ, ବରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ ଏବଂ ଢେଙ୍କାନାଳର ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ଏବଂ ଘଡ଼ଘଡ଼ି ଆଶଙ୍କା ଅଛି । ୨୩, ୨୪ ତାରିଖରେ ଅନେକ ସ୍ଥାନରେ ବର୍ଷା ଏବଂ ଉତ୍ତର ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ୨୫ରୁ ବର୍ଷା ପରିମାଣ ଆହୁରି ବଢ଼ିବ । ୨୫ ଓ ୨୬ରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହୋଇପାରେ । ୨୫ରେ ଉପକୂଳ ଓ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ଥିବାବେଳେ ୨୬ରେ ଦକ୍ଷିଣରେ ପ୍ରବଳ ବର୍ଷା ଢାଳିପାରେ ।
