୨୭ ନା ୨୮ କେବେ ମିଳିବ ସୁଭଦ୍ରା ଟଙ୍କା? କ’ଣ କହିଲେ ଉପମୁଖ୍ୟମନ୍ତ୍ରୀ

୨୭ରେ ରକ୍ଷାବନ୍ଧନ ପର୍ବ ପାଳନ କରାଯିବାକୁ ଥିବାବେଳେ ରାଖୀପୂର୍ଣ୍ଣିମା ୨୮ରେ। ତେଣୁ ଏହି ଦିନ ରାଜ୍ୟ ସରକାରଙ୍କ ସୁଭଦ୍ରା ଯୋଜନାର୫ମ କିସ୍ତି ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ପଠାଯିବ। । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏହି ସୂଚନା ଦେଇଛନ୍ତି। ୧ କୋଟି ୩ ଲକ୍ଷ ୨୬ ହଜାର ୧୬୨ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା। ୨ ଲକ୍ଷ ୨୧ ହଜାର ୫୪ ଜଣ ହିତାଧିକାରୀ ପ୍ରଥମ ଥର ପାଇଁ ପାଇବେ। ଯେଉଁ ମାନଙ୍କର ପୂର୍ବରୁ ଏକାଧିକ କିସ୍ତି ବାକି ଅଛି ଫିଲ୍ଡ ଯାଞ୍ଚ ପରେ ସବୁ କିସ୍ତି ମିଳିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।ସମସ୍ତ ଯୋଗ୍ୟ ମହିଳା ଯେପରି ବିନା କୌଣସି ଅସୁବିଧାରେ ଏହି ଟଙ୍କା ପାଇପାରିବେ, ସେଥିପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।

ଅଧିକ ପଢନ୍ତୁ