ଆସନ୍ତା ୨୫ ତାରିଖରେ ବଙ୍ଗୋପାସାଗର ଉପରେ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ଏହା ପ୍ରଭାବରେ ରାଜ୍ୟରେ ବର୍ଷା ସମ୍ଭାବନା ଅଛି । ଏହା ଅଧିକ ଘନୀଭୂତ ହୋଇ ଲଘୁଚାପ ରୂପ ନେଇପାରେ ବୋଲି ପାଣିପାଗ ବିଶେଷଜ୍ଞ ପୂର୍ବାନୁମାନ କରିଛନ୍ତି । ତେବେ କେନ୍ଦୁଝର, ମୟୂରଭଞ୍ଜରେ ବଜ୍ରପାତ ସହ ଘଣ୍ଟା ପ୍ରତି ୩୦-୪୦ କିଲୋମିଟର ବେଗରେ ଝଡ଼ତୋଫାନ ଓ ପ୍ରବଳ ବର୍ଷା ହେବାର ସମ୍ଭାବନା।
ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେଓଗଡ଼, ଅନୁଗୁଳ, ଢେଙ୍କାନାଳ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି ଓ ଗଞ୍ଜାମରେ ବଜ୍ରପାତ ସହ ଝଡ଼ତୋଫାନ ହେବାର ଆଶଙ୍କା। ସେହିଭଳି ଉପକୂଳ ଓ ଆଭ୍ୟନ୍ତୀରଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଅଧିକ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି