ଆସନ୍ତା ୪୮ ଘଣ୍ଟାରେ ଓଡ଼ିଶା ଉପକୂଳ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ହେବ। ଏହା ପ୍ରଭାବରେ ୨୯ ତାରିଖ ଯାଏ ଅଧିକ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ତେବେ କେନ୍ଦ୍ରାପଡ଼ା ଓ ଜଗତ୍ସିଂହପୁରରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଏହି ଦୁଇ ଜିଲ୍ଲା ପାଇଁ ପାଣିପାଗ ବିଭାଗ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି । କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କଟକର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ୨୬ ତାରିଖରେ କନ୍ଧମାଳ ଓ ଗଜପତିରେ ପ୍ରବଳରୁ ଅତିପ୍ରବଳ ବର୍ଷା ଆଶଙ୍କା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।ଗତ ୨୪ ଘଣ୍ଟାରେ ବୈତରଣୀ ବେସିନ୍ କେନ୍ଦୁଝର ଓ ଝାଡ଼ଖଣ୍ଡରେ ୪୨.୫୭ମିମି ବର୍ଷା ହୋଇଛି । ଉପର ବ୍ରାହ୍ମଣୀରେ ୩୫ମିମି ବର୍ଷା ଓ ଉପର ମହାନଦୀରେ ୩୧ମିମି ବର୍ଷା ହୋଇଛି । ବଂଶଧାରା ଓ ବୁଢ଼ାବଳଙ୍ଗରେ ପାଣି ଅଧିକ ଥିଲେ ବି କମିଯିବ। ବୈତରଣୀରେ ଗତକାଲି ବର୍ଷା ହୋଇଛି ।
