୨ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ ହେବ ନାହିଁ କୌଣସି ପରିବର୍ତ୍ତନ

ରାଜ୍ୟରେ କୁହୁଡ଼ି ସାଙ୍ଗକୁ ଶୀତ ଲହରୀ ଜାରି ରହିଛି। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ପାଇଁ କୋହଲା ପବନ ଯୋଗୁ ଶୀତ ବଢ଼ିଛି। ହେଲେ ଆସନ୍ତା ୨ରୁ ୩ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ଶିମିଳିପାଳରେ ଶୂନ ଡିଗ୍ରୀ। ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ଉପକୂଳରୁ ଉପାନ୍ତ ସବୁଠି ପାରଦ ତଳମୁହାଁ । ରାଜଧାନୀରେ ବାଘୁଆ ଜାଡ଼ । ସକାଳ ୫ଟା ୩୦ ସୁଦ୍ଧା ଭୁବନେଶ୍ବରରେ ୧୦ ଡିଗ୍ରୀ ଛୁଇଁଛି ପାରଦ । କନ୍ଧମାଳଜିଲ୍ଲା ଘୁ.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୩ ଡିଗ୍ରୀକୁ ଖସିବା ସହ ଚଳିତବର୍ଷ ଏହା ସବୁଠୁ କମ୍ ତାପମାତ୍ରା ବୋଲି ପାଣିପାଗ ବିଭାଗ ସ୍ପଷ୍ଟ କରିଛି ।ଗୁରୁବାର ବୌଦ୍ଧ, ନୟାଗଡ଼ ଓ କୋରାପୁଟ ଜିଲାର କିଛି ସ୍ଥାନରେ ଘନ କୁହୁଡ଼ି ଦେଖିବାକୁ ମିଳିବ। ଏଥିପାଇଁ ସମ୍ପୃକ୍ତ ଜିଲାଗୁଡ଼ିକୁ ୟେଲୋ ଓ୍ୱାର୍ନିଂ ଜାରି କରାଯାଇଛି। ସେହିଭଳି ଜଗତ୍‌ସିଂହପୁର, କଟକ, ବାଲେଶ୍ୱର, ଖୋର୍ଦ୍ଧା, ଅନୁଗୋଳ, ଝାରସୁଗୁଡ଼ା, କେନ୍ଦୁଝର, ଢ଼େଙ୍କାନାଳ, ସୁନ୍ଦରଗଡ଼, କଳାହାଣ୍ଡି, ସୋନପୁର ଓ ନବରଙ୍ଗପୁରକୁ କୋହଲା ପବନ ପାଇଁ ୟେଲୋ ଓ୍ୱାର୍ନିଂ ଜାରି ହୋଇଛି।

ଅଧିକ ପଢନ୍ତୁ