୩ଦିନ ପାଇଁ ହିଟୱେଭ ୱାର୍ଣ୍ଣିଂ

ରାଜ୍ୟରେ ଆହୁରି କଲବଲ କରିବ ତାତି । ଆଜିଠୁ ବଢିବ ପାରଦ। ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ ଦିନ ତାପମାତ୍ରା । ୩ଦିନ ପାଇଁ ହିଟୱେଭ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଜି ପାଇଁ ୪ ଜିଲ୍ଲାକୁ ହିଟୱେଭ୍ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏସବୁ ଜିଲ୍ଲାଗୁଡିକ ହେଲା ଝାରସୁଗୁଡ଼ା, ସମ୍ବଲପୁର, ବଲାଙ୍ଗିର ଓ ବୌଦ୍ଧ। ସେହିପରି ଆସନ୍ତାକାଲି ପାଇଁ ୬ଟି ଜିଲ୍ଲାକୁ ହିଟୱେଭ ୱାର୍ଣ୍ଣିଂ ଜାରି ହୋଇଛି। ୧୫ ଓ ୧୬ ତାରିଖରେ ଦିନ ସହ ରାତି ତାପମାତ୍ରା ଅଧିକ ରହିବ। ୧୫ ତାରିଖ ପାଇଁ ମଧ୍ୟ ୪ ଜିଲ୍ଲାକୁ ଅରେଞ୍ଜ, ୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି।ଅନ୍ୟପଟେ ପୂର୍ବାହ୍ନ ୧୧ଟାରୁ ଅପରାହ୍ଣ ସାଢ଼େ ୩ଟା ଭିତରେ ଯେତେଦୂର ସମ୍ଭବ ଘରୁ ପଦାକୁ ନବାହାରିବା ପାଇଁ ପରାମର୍ଶ ଦେଇଛି SRC ଦିଆଯାଇଛି । ପରିସ୍ଥିତି ଉପରେ ନଜର ରଖି ଆବଶ୍ୟକ ପଦକ୍ଷେପ ନେବାକୁ ଜିଲ୍ଲାପାଳମାନଙ୍କୁ କୁହାଯାଇଛି । ଏଥିସହ ୪-୫ ଦିନ ଭିତରେ ଆଭ୍ୟନ୍ତରୀଣ ଓଡ଼ିଶାରେ ବଢିବ ତାତି । ତାପମାତ୍ରା ୩ରୁ ୫ ଡିଗ୍ରୀ ଯାଏ ବଢିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ଅଧିକ ପଢନ୍ତୁ