୩୦ ଯାଏ ବର୍ଷା, ଆଜି ୪ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ବର୍ତ୍ତମାନ ଗାଙ୍ଗେୟ ପଶ୍ଚିମବଙ୍ଗର ଉତ୍ତରାଞ୍ଚଳ ଏବଂ ଏହାର ଆଖପାଖ ବାଂଲାଦେଶ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଦକ୍ଷିଣ-ପଶ୍ଚିମ ଆଡ଼କୁ ଢଳି ରହିଛି। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି। ପାଣିପାଗ ବିଭାଗ କହିବାନୁସାରେ ଶନିବାର (୨୫ ତାରିଖ) ରାଜ୍ୟର ଅନେକ ସ୍ଥାନରେ ବର୍ଷା ସମ୍ଭାବନା ଅଛି । କଟକ, ଅନୁଗୋଳ, ଢେଙ୍କାନାଳ ଓ କେନ୍ଦୁଝର ଜିଲ୍ଲାର ଗୋଟିଏ ଦୁଇଟି ଜାଗାରେ ପ୍ରବଳରୁ ପ୍ରବଳତର ବର୍ଷା ହୋଇପାରେ । ଏସବୁ ଜିଲ୍ଲା ପାଇଁ କମଳା ରଙ୍ଗର ସତର୍କ ସୂଚନା ଜାରି ହୋଇଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, ପୁରୀ, ଖୋର୍ଦ୍ଧା, ନୟାଗଡ଼ରେ ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ଆଶଙ୍କା ଥିବାରୁ ହଳଦିଆ ରଙ୍ଗ ସତର୍କ ସୂଚନା ଜାରି କରାଯାଇଛି । ଏସବୁ ଜିଲ୍ଲା ସମେତ ଆଉ କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ପବନ ଆଶଙ୍କା ରହିଛି । ୩୦ ଯାଏ ରାଜ୍ୟରେ ବର୍ଷା ଲାଗି ରହିବ । ଆସନ୍ତା ୩/୪ ଦିନ ଅଧିକ ବର୍ଷା ହୋଇପାରେ ।

ଅଧିକ ପଢନ୍ତୁ