୩୬ ବର୍ଷରେ ପାଦ ଦେଲେ ବିରାଟ କୋହଲି ।

୧୯୮୮ ନଭେମ୍ୱର ୮ରେ ଦିଲ୍ଲୀରେ ଜନ୍ମ । ଖୁବ୍ କମ୍ ବୟସରେ ଆରମ୍ଭ କରିଥିଲେ କ୍ରିକେଟ ଖେଳ । ସାମାନ୍ୟ ମଧ୍ୟବିତ୍ତ ଘରୁ ଆସି ପୂରା ବିଶ୍ୱରେ ନାମ କମାଇ ପାରିଥିବା ନାଁ ହେଉଛି ବିରାଟ । ଦିନିକିଆରେ ସର୍ବାଧିକ ରନ୍, ଦିନିକିଆର ସର୍ବାଧିକ ରନ୍, ସର୍ବାଧିକ ପ୍ଲେୟର ଅଫ୍ ଦ ସିରିଜ ଆୱାର୍ଡ, ଦିନିକିଆରେ ସର୍ବାଧିକ ଶତକ, ସମସ୍ତ ଫର୍ମାଟ୍‌ରେ ICC କ୍ରିକେଟର ଅଫ୍ ଦ ଇୟର୍, ଆଦି କେତେ ଆୱାର୍ଡ ବିରାଟ ନିଜ ନାମରେ କରିସାରିଛନ୍ତି ।

ଆଜି ତାଙ୍କ ଜନ୍ମଦିନ ଅବସରରେ ଫ୍ୟାନ ମାନଙ୍କ ଶୁଭେଛାର ସୁଅ ଛୁଟୁଛି । ଏହି ଅବସରରେ ଅନ୍ତର୍ଜାତୀୟ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ବାଲୁକା କଳା ମାଧ୍ୟମରେ ତାଙ୍କୁ ଶୁଭେଛା ଜଣାଇଛନ୍ତି । ପୁରୀ ସମୁଦ୍ର କୂଳରେ ବିରାଟଙ୍କ ପ୍ରତ୍ତିମୂର୍ତ୍ତି ଓ ଏକ ବ୍ୟାଟ କରି ହାପି ବାର୍ଥଡେ ବିରାଟ ଲେଖିଛନ୍ତି।

ଅଧିକ ପଢନ୍ତୁ