ଦକ୍ଷିଣ-ପୂର୍ବ ବାଂଲାଦେଶ ଓ ଏହା ନିକଟବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୪ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗର ନିକଟସ୍ଥ ପଶ୍ଚିମବଙ୍ଗ ଓ ଓଡ଼ିଶା ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଉତ୍ତର ଓଡ଼ିଶାର କିଛି ଅଞ୍ଚଳରେ ବର୍ଷା ସମ୍ଭାବନା ଥିବାବେଳେ ଅଧିକ ଘନୀଭୂତ ହେବା କିମ୍ବା ବାତ୍ୟା ସମ୍ଭାବନା ନ ଥିବା ଆଇଏମ୍ଡି ମହାନିର୍ଦେଶକ ଡ. ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି।ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, କଟକ, ଜଗତସିଂହପୁର, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ ଏବଂ ଢେଙ୍କାନାଳ ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡଘଡି ସହ ବର୍ଷା ହେବା ସମ୍ଭାବନା ରହିଛି।ଏହି ସବୁ ଜିଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋୱାର୍ନିଂ ଜାରି କରାଯାଇଛି।
