ବଙ୍ଗୋପସାଗରରେ ଘନୀଭୂତ ହେବ ଲଘୁଚାପ । ଆଗାମୀ ୧୨ ଘଣ୍ଟାରେ ଏହା ଘନୀଭୂତ ହୋଇ ଅବପାତର ରୂପ ନେବା ସମ୍ଭାବନା ରହିଛି । ଗତକାଲିର ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ସାମାନ୍ୟ ଉତ୍ତର ଆଡକୁ ଗତି କରିଛି । ଏହା ଆଜି ପଶ୍ଚିମ-କେନ୍ଦ୍ରୀୟ ପାଶ୍ବବର୍ତ୍ତୀ ଦକ୍ଷିଣ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ରହିଛି । ଏହା ଆହୁରି ଘନୀଭୂତ ହୋଇ ୧୨ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାର ବିଭିନ୍ନ ଜିଲ୍ଲାର ଅନେକ ସ୍ଥାନରେ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।
ଏହି ସମୟ ମଧ୍ୟରେ ଗଞ୍ଜାମ, ଗଜପତି, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।ଏହି ଅଦିନିଆ ବର୍ଷା ଯୋଗୁଁ ଚାଷୀଙ୍କ ଆଖିରୁ ନିଦ ହଜାଇଲାଣି । ବାତ୍ୟା ଦାନା ପରେ ଏବେ ପୁଣି ଅଦିନିଆ ବର୍ଷା ରାଜନଗର ଚାଷୀଙ୍କ ଚିନ୍ତାର କାରଣ ପାଲଟିଛି । ଲଘୁଚାପ ପ୍ରଭାବରେ ଅଦିନିଆ ବର୍ଷା ଯୋଗୁଁ ଚାଷୀଙ୍କ ମୁଣ୍ଡରେ ଚଡ଼କ ପଡିଛି।