ଦକ୍ଷିଣ ଓଡ଼ିଶା ଉପକୂଳ ଓ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ, ଦକ୍ଷିଣ ଛତିଶଗଡ଼ ଉପରେ ସୃଷ୍ଟି ହୋଇଥିବା ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିଛି। ପ୍ରଭାବରେ ଆନ୍ଧ୍ରପ୍ରଦେଶ ଓ ତେଲେଙ୍ଗାନାରେ ବର୍ଷା ଲାଗିରହିଛି।ଲଘୁଚାପ ପ୍ରଭାବରେ ୪ ତାରିଖରୁ ପୁଣି ପ୍ରବଳ ବର୍ଷିବ।
କୋରାପୁଟ ଓ ମାଲକାନାଗିରିର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ନେଇ ଜାରି ହୋଇଛି ୟେଲୋ ୱାର୍ଣ୍ଣି ଜାରି ହୋଇଛି।
ସେହିପରି ୫ ତାରିଖଠାରୁ ଦେବଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, ନୟାଗଡ଼, ଖୋର୍ଦ୍ଧା, କଟକ ଓ ପୁରୀ ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ ସହ ପ୍ରବଳ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।ଗତକାଲି ସକାଳଠାରୁ ଆଜି ପୂର୍ବାହ୍ନ ମଧ୍ୟରେ ମାଲକାନଗିରି ଜିଲ୍ଲାର ପଡ଼ିଆରେ ସର୍ବାଧିକ ୧୪୦ ମିମି ବର୍ଷା ହୋଇଛି।