୪ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସନ୍ଧ୍ୟାରେ ନୂଆଦିଲ୍ଲୀ ଯିବେ। ଚାରିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମଙ୍ଗଳବାର ଦିଲ୍ଲୀରେ ହେବାକୁ ଥିବା ସେମିକନ କନଫରେନ୍ସରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ । ଏହାସହ ଅନ୍ୟ କାର୍ଯ୍ୟକ୍ରମରେ ଯୋଗ ଦେବାର ମଧ୍ୟ କାର୍ଯ୍ୟକ୍ରମ ରହିଛି । ସେହିପରି ଦିଲ୍ଲୀ ଗସ୍ତ ଅବସରରେ କିଛି କେନ୍ଦ୍ର ମନ୍ତ୍ରୀ ଓ କେନ୍ଦ୍ରୀୟ ନେତୃତ୍ୱଙ୍କୁ ଭେଟି ପାରନ୍ତି। ରାଜ୍ୟରେ ସାଂଗଠନିକ ସ୍ଥିତି ନେଇ ଆଲୋଚନା କରିପାରନ୍ତି । ଏଣେ ଆଜି ଦିନ ୧୨ଟାରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ଆୟୋଜିତ ହେଉଛି। ଏହି ବୈଠକରେ ଗୃହ ସଚିବ, ପୁଲିସ ଡିଜି. ମୁଖ୍ୟ ଶାସନ ସଚିବ, କ୍ରାଇମବ୍ରାଞ୍ଚ ଓ ଅନ୍ୟ ବିଭାଗୀୟ ଅଧିକାରୀ ଉପସ୍ଥିତ ରହିବେ ବୋଲି ଜଣାଯାଇଛି।

ଅଧିକ ପଢନ୍ତୁ