୫୦୦ ଟ୍ରାଫିକ କର୍ମଚାରୀଙ୍କୁ ଦିଆଯିବ ନିଯୁକ୍ତି

ଶନିବାର ଜାତୀୟ ସଡ଼କ ସୁରକ୍ଷା ଅଭିଯାନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ଲୋୟର ପିଏମ୍‌ଜିରୁ ରାମ ମନ୍ଦିର ଯାଏ ସଚେତନତା ପଦଯାତ୍ରା ଆରମ୍ଭ ହୋଇଛି। ଓଡ଼ିଶା ଯାତ୍ରୀ ଆପ୍‌ର ମଧ୍ୟ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ। ତେବେ ଟ୍ରାଫିକ୍ ସମସ୍ୟା ଦୂର ପାଇଁ ଅଧିକ ଟ୍ରାଫିକ ପୋଲିସ ନିଯୁକ୍ତି କରିବେ ରାଜ୍ୟ ସରକାର । ୨ ହଜାରରୁ ଅଧିକ ଟ୍ରାଫିକ୍ ପୋଲିସ ନିଯୁକ୍ତି ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି । ଚଳିତ ବର୍ଷ ୫୦୦ ଜଣ ନିଯୁକ୍ତି କରିବା ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଟ୍ରାଫିକ ନିୟମ ପାଳନ ସହ ସୁରକ୍ଷିତ ଭାବେ ଗାଡ଼ି ଚଳାଇବାକୁ ବାର୍ତ୍ତା ଦିଆଯାଇଛି।

ଅଧିକ ପଢନ୍ତୁ

Odisha Darpan Digital