୫ ଜିଲ୍ଲାରେ ‘ଲକ୍ଷ୍ମୀ’ ବସ୍ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଦେବଗଡ, ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମୋ ସରକାର ହେଉଛି ଲୋକଙ୍କ ସରକାର । ଲୋକଙ୍କ ଇଚ୍ଛାକୁ ସମ୍ମାନ ଦେଇ ଓଡିଶା ସରକାର ଯୋଜନା କରନ୍ତି । ଏହି ଯୋଜନା ପ୍ରଥମେ ମାଲକାନଗିରିରେ ଆରମ୍ଭ ହୋଇଥିଲା । ପ୍ରଥମ ପର୍ଯ୍ୟାୟରେ ମାଲକାନଗିରି, ନବରଙ୍ଗପୁର, ରାୟଗଡା, କଳାହାଣ୍ଡି, ଗଜପତି ଓ କୋରାପୁଟ ଜିଲ୍ଲାବାସୀ ଲକ୍ଷ୍ମୀ ବସ୍‌ ସେବା ପାଇଥିଲେ।

ଦ୍ୱିତୀୟ ପର୍ଯ୍ୟାୟରେ ଆଉ ୩ଟି ଜିଲ୍ଲା ଯୋଡି ହେଇଥିଲା । ସୋମବାର ଆଉ ୫ଟି ଜିଲ୍ଲା ଯଥା ବଲାଙ୍ଗିର, ବରଗଡ, ଭଦ୍ରକ, ମୟୁରଭଞ୍ଜ ଓ ସୁନ୍ଦରଗଡ ଲକ୍ଷ୍ମୀ ଯୋଜନାରେ ସାମିଲ ହେଲା । ବର୍ତ୍ତମାନ ସୁଦ୍ଧା ୧୪ଟି ଜିଲ୍ଲା ସାମିଲ। ୫ଟି ଜିଲାର ୧୩୪୦ଟି ପଞ୍ଚାୟତରେ ଆଜି ମୋଟ୍‌ ୩୦୧ଟି ଲକ୍ଷ୍ମୀ ବସ୍‌ ଗଡ଼ିଛି। ଏଥିଯୋଗୁ ୮୩ ଲକ୍ଷରୁ ଅଧିକ ଲୋକ ଉପକୃତ ହେବେ।

ଅଧିକ ପଢନ୍ତୁ