୫ ଲକ୍ଷ ଟଙ୍କାର ୨ ଜାମିନଦାରଙ୍କ ବଦଳରେ IAS ଧୀମାନ ଚକ୍ମାଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ

କଳାହାଣ୍ଡି ଜିଲା ଧର୍ମଗଡ଼ ଉପ-ଜିଲାପାଳ ଧୀମାନ ଚକ୍ମାଙ୍କୁ ଗୁରୁବାର ହାଇକୋର୍ଟ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି। ଫଳରେ IAS ଚକ୍ମାଙ୍କୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ୫ ଲକ୍ଷ ଟଙ୍କାର ୨ ଜାମିନଦାରଙ୍କ ବଦଳରେ IAS ଚକ୍ମାଙ୍କୁ ହାଇକୋର୍ଟ ଜାମିନ ପ୍ରଦାନ କରିଛନ୍ତି।ସୂଚନାଯୋଗ୍ୟ, ଧର୍ମଗଡ଼ର ପୂର୍ବତନ ଉପଜିଲ୍ଲାପାଳ ଆଇଏଏସ ଧୀମାନ ଚକ୍‌ମା ୧୦ ଲକ୍ଷ ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ଦ୍ଵାରା ଧରା ପଡ଼ିଥିଲେ। ତାଙ୍କ ସରକାରୀ ଘର ତନଖିବେଳେ ଭିଜିଲାନ୍ସ ଟିମ୍ ୪୭ ଲକ୍ଷ ଟଙ୍କା ଠାବ କରିଥିଲା। ଜଣେ ବ୍ୟବସାୟୀଙ୍କଠାରୁ ୨୦ ଲକ୍ଷ ଟଙ୍କା ଦାବି କରି ୧୦ ଲକ୍ଷ ନେବାବେଳେ ପୂର୍ବ ଯୋଜନା ମୁତାବକ ଭୁବନେଶ୍ୱରରୁ ଆସିଥିବା ଭିଜିଲାନ୍ସ ଟିମ୍ ତାଙ୍କୁ ଧରିଥିଲେ। ଭିଜିଲାନ୍ସ ଦ୍ବାରା ଗିରଫ ପରେ ତାଙ୍କୁ ନିଲମ୍ବନ କରାଯାଇଥିଲା।

ଅଧିକ ପଢନ୍ତୁ

kc ads