କମିଶନରେଟ୍ ପୁଲିସ୍ ପକ୍ଷରୁ ଲୋକାର୍ପିତ ହେଲା ନୂତନ ସେବା। ଆଜି ଆୟୋଜିତ ହୋଇଥିବା ଏକ ସ୍ଵତନ୍ତ୍ର ଉତ୍ସବରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ୩୦ଟି ଆପାତକାଳୀନ ପ୍ରତିକ୍ରିୟା ସହାୟତା ପ୍ରଣାଳୀ (ଇଆରଏସଏସ୍) ଗାଡି ଉଦଘାଟନ କରିଛନ୍ତି।କଟକ ଓ ଭୁବନେଶ୍ବର କମିଶନରେଟ୍ ଅଞ୍ଚଳରେ ମିଳିବ ସୁବିଧା ।ପ୍ରାଥମିକ ଚିକିତ୍ସା, ଆମ୍ବୁଲାନ୍ସ ଓ ଫାୟାର ସେବା ଯୋଗାଇବ ପୋଲିସ । ଏହି ଅବସରରେ ଗୃହରକ୍ଷୀ ପଦବୀ ବୃଦ୍ଧି ପାଇଁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ସେ କହିଛନ୍ତି, ଗୃହରକ୍ଷୀ ନିଯୁକ୍ତି କଟକଣାକୁ ସରକାର ହଟାଇ ଦେଇଛନ୍ତି। ରାଜ୍ୟରେ ୨୪୧୬ ଗୃହରକ୍ଷୀ ପଦବୀ ପୂରଣ ପାଇଁ ନିଷ୍ପତ୍ତି ନିଆଯାଇଛି। ମୋଟ ୫ ହଜାର ପଦବୀ ସୃଷ୍ଟି କରାଯାଇ ନିଯୁକ୍ତି ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।