ଆଜି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ । ୭୪ ବର୍ଷ ବୟସରେ ପ୍ରଧାନମନ୍ତ୍ରୀ ମୋଦୀ ପଦାର୍ପଣ କରିଛନ୍ତି । ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବାର ଅଛି । ମୋଦୀଙ୍କ ଜନ୍ମଦିନ ପାଇଁ ଭାରତୀୟ ଜନତା ପାର୍ଟି ଅନେକ ପ୍ରକାରର କାର୍ଯ୍ୟକ୍ରମ ଆୟୋଜନ କରିଛି । ୧୯୫୦ ମସିହା ସେପ୍ଟେମ୍ବର ୧୭ ତାରିଖରେ ଗୁଜରାଟର ଭେଡନଗରରେ ଜନ୍ମ ଗ୍ରହଣ କରିଥିଲେ ମୋଦି।
ଲଗାତାର ତୃତୀୟ ଥର ଦେଶର ପ୍ରଧାନମନ୍ତ୍ରୀ ହୋଇ ପୂର୍ବତନ ପ୍ରଧାନମନ୍ତ୍ରୀ ଜବାହାରଲାଲ ନେହେରୁଙ୍କ ରେକର୍ଡ ସହ ସମକକ୍ଷ ହୋଇପାରିଛନ୍ତି ମୋଦି। ୨୦୧୪ ମେ ୨୬ ତାରିଖରେ ଭାରତର ୧୪ତମ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଥିଲେ ମୋଦି।ତେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜନ୍ମଦିନର ଓଡ଼ିଶାବାସୀଙ୍କ ତରଫରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଚିଠି ଲେଖି ଶୁଭେଛା ଜଣାଇଛନ୍ତି ।