୮ ତାରିଖ ଯାଏ ପଶ୍ଚିମ ଓଡ଼ିଶା ସମେତ ବିଭିନ୍ନ ସ୍ଥାନରେ ଭାରୀ ବର୍ଷା ହେବ ।

ଟ୍ରପଲାଇନର ପ୍ରଭାବରେ ସାରା ରାଜ୍ୟରେ ଲାଗିରହିଛି ତୁହାକୁ ତୁହା ବର୍ଷା। ଆଜି ସକାଳ ୮ଟା ୩୦ ଯାଏଁ ସମ୍ଭାବ୍ୟ ପ୍ରବଳ ବର୍ଷାକୁ ଦେଖି ୨୭ଟି ଜିଲ୍ଲା ପାଇଁ ସତର୍କତା ଜାରି କରିଛି ପାଣିପାଗ ବିଭାଗ। ପାଣିପାଗ ବିଭାଗର ଆକଳନ ଅନୁସାରେ, ୮ ତାରିଖ ଯାଏ ପଶ୍ଚିମ ଓଡ଼ିଶା ସମେତ ବିଭିନ୍ନ ସ୍ଥାନରେ ଭାରୀ ବର୍ଷା ହେବ । ୭ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ମାଲକାନଗିରି ଓ କୋରାପୁଟରେ ପ୍ରବଳ ବର୍ଷା ହୋଇପାରେ । କିଛି ସ୍ଥାନରେ ୭୦ରୁ ୧୧୦ମିମି ପର୍ଯ୍ୟନ୍ତ ବର୍ଷା ହେବ । ୮ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ମୟୂରଭଞ୍ଜ, କେନ୍ଦୁଝର ଓ ଦେବଗଡ଼ରେ ମଧ୍ୟ ପ୍ରବଳ ବର୍ଷା ହୋଇପାରେ ।

ଅଧିକ ପଢନ୍ତୁ