ଯୋଗେଶ ବାହାଦୁର ଖୁରାନିଆ ହେଲେ ଓଡିଶାର ନୁୂଆ ପୋଲିସ ମହାନିର୍ଦ୍ଦେଶକ ( ଡିଜିପି) । ଖୁରାନିଆଙ୍କ ପ୍ରତ୍ୟାବର୍ତ୍ତନ ପରେ ସେ ଓଡ଼ିଶାର ପରବର୍ତ୍ତୀ ଡିଜିପି ହେବା ନେଇ ଚର୍ଚ୍ଚା ଜୋର୍ ଧରିଥିଲା । ୧୯୯୦ ବ୍ୟାଚ୍ର ଓଡ଼ିଶା କ୍ୟାଡର ଆଇପିଏସ୍ ୱାଇ.ବି ଖୁରାନିଆ ପୂର୍ବରୁ ପୋଲିସ କମିଶନର ଥିଲେ ।
ସେ ନୟାଗଡ଼, ଯାଜପୁର, ଗଞ୍ଜାମ, ମୟୂରଭଞ୍ଜ ଓ ରାଉରକେଲା SP ଭାବେ ମଧ୍ୟ କ୍ୟାରିୟର ପ୍ରାରମ୍ଭିକ କାଳରେ ଦାୟିତ୍ୱ ନିର୍ବାହ କରିଛନ୍ତି। ଏଥି ସହିତ ଉତ୍ତରାଞ୍ଚଳ ଓ ଦକ୍ଷିଣାଞ୍ଚଳ ଡିଆଇଜି ଏବଂ ବିଜୁ ପଟ୍ଟନାୟକ ପୁଲିସ ପ୍ରଶିକ୍ଷଣ ଏକାଡେମୀର ମଧ୍ୟ ନିର୍ଦ୍ଦେଶକ ଦାୟିତ୍ୱ ତୁଲାଇଛନ୍ତି।ଗତ ୨୦୨୧ ମସିହାରୁ କେନ୍ଦ୍ରୀୟ ଡେପୁଟେସନରେ ଯାଇଥିଲେ।