ମାଟ୍ରିକ୍ ପରୀକ୍ଷାରେ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର, ନୟାଗଡ଼ର ବାଜିମାତ

ନୟାଗଡ଼,(ଓଡ଼ିଶା ଦର୍ପଣ):ଚଳିତ ମାଟ୍ରିକ୍ ପରୀକ୍ଷାରେ ଶିକ୍ଷାକେନ୍ଦ୍ରର ଛାତ୍ରଛାତ୍ରୀମାନେ ୧୦୦% (ଶତପ୍ରତିଶତ) ରେଜଲ୍ଟ କରି ବାଜିମାତ କରିବା ସହିତ ସମସ୍ତ ଛାତ୍ରଛାତ୍ରୀ ୫୦% ରୁ ଉର୍ଦ୍ଧ୍ବ ନମ୍ବର ରଖି ଉତ୍ତୀର୍ଣ୍ଣ ହୋଇ ପୁଣି ଏକ ନୂଆ ଇତିହାସ ରଚନା କରିଛନ୍ତି। ଯାହା ବିଦ୍ଯାଳୟ ପାଇଁ ଗର୍ବ ଓ ଗୌରବର ବିଷୟ ।
ଏହି ଉପଲକ୍ଷେ ଆଜି ଅପରାହ୍ନ ୦୨ଟା ସମୟରେ ବିଦ୍ଯାଳୟ ପରିସରରେ ଶିକ୍ଷାକେନ୍ଦ୍ରର ପ୍ରତିଷ୍ଠାତା ସଂପାଦକ ଶ୍ରୀଧର ସାହୁଙ୍କ ଅଧ୍ଯକ୍ଷତାରେ ଏକ ଅଭିନନ୍ଦନ ସମାରୋହ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। ଏହି କାର୍ଯ୍ୟକ୍ରମରେ ଶିକ୍ଷାବିତ୍ ଭଗବାନ ଆଚାର୍ଯ୍ୟ , ଲେଙ୍କୁଡିପଡା ଉଚ୍ଚ ବିଦ୍ଯାଳୟର ପ୍ରଧାନ ଶିକ୍ଷୟିତ୍ରୀ ସୌଦାମିନୀ ସ୍ବାଇଁ,ବରିଷ୍ଠ ଶିକ୍ଷକ ମାଣିକେଶ୍ଵର ସ୍ବାଇଁ,ପ୍ରଫୁଲ୍ଲ କୁମାର ପ୍ରଧାନ ଯୋଗଦେଇ କୃତୀ ଛାତ୍ରଛାତ୍ରୀ ମାନଙ୍କୁ ଗୋଟିଏ ଗୋଟିଏ ଗୋଲାପ ଫୁଲ ଦେଇ ମିଠା ଖୁଆଇ ଅଭିନନ୍ଦନ ଜଣାଇଥିଲେ।

୪୯ ଜଣ ପରୀକ୍ଷାର୍ଥୀଙ୍କ ମଧ୍ଯରୁ ଏ-୧ରେ ୦୧ଜଣ, ଏ-୨ରେ ୦୩ ଜଣ, ବି-୧ରେ ୧୨ ଜଣ ଓ ବି-୨ରେ ୧୧ଜଣ ଓ ସି-ରେ ୨୨ ଉତ୍ତୀର୍ଣ୍ଣ ହୋଇଛନ୍ତି।

ଏ-୧ ଗ୍ରେଡ୍ ରେ ଉତ୍ତୀର୍ଣ୍ଣ ହୋଇଥିବା ସିମ୍ରନ୍ ନାୟକ ବିଦ୍ଯାଳୟର ସମ୍ମାନକୁ ଅକ୍ଷୁର୍ଣ୍ଣ ରଖିବା ସହିତ ସମସ୍ତ ଛାତ୍ରଛାତ୍ରୀ ୫୦%ରୁ ଉର୍ଦ୍ଧ୍ବ ନମ୍ବର ରଖିଥିବାରୁ  ବିଦ୍ଯାଳୟର ପ୍ରତିଷ୍ଠାତା ସଂପାଦକ ଶ୍ରୀଯୁକ୍ତ ସାହୁ ସେବାବ୍ରତୀ ଗୁରୁଜୀ ଗୁରୁମା ଓ ଅଭିଭାବକ ମାନଙ୍କୁ କୃତଜ୍ଞତା ଜ୍ଞାପନ କରିଥିଲେ। ପରିଶେଷରେ ବିଦ୍ଯାଳୟର ସେବାବ୍ରତୀ ଆଚାର୍ଯ୍ୟା ପ୍ରିୟମ୍ବଦା ମହାପାତ୍ର ଧନ୍ଯବାଦ ଅର୍ପଣ କରିଥିଲେ।
ସୂଚନା ଥାଉକି, ସମସ୍ତ ଛାତ୍ରଛାତ୍ରୀ ଲେଙ୍କୁଡିପଡା ଉଚ୍ଚ ବିଦ୍ଯାଳୟ ଅଧିନରେ ପରୀକ୍ଷା ଦେଇଥିଲେ।

ଅଧିକ ପଢନ୍ତୁ