ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଶୁକ୍ରବାର ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଅନୁମାନ କରିଛି। ଲଘୁଚାପ କ୍ଷେତ୍ର ଓଡ଼ିଶାଠାରୁ ଯଥେଷ୍ଟ ଦୂରରେ ସକ୍ରିୟ ରହିଥିବାରୁ ଏବଂ ଧୀରେ ଧୀରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରୁଥିବାରୁ ରାଜ୍ୟରେ ଆଜି(ଶନିବାର)ଠାରୁ ବର୍ଷାର ପ୍ରଭାବ କମିବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
୬ତାରିଖ ବେଳକୁ ଝାଡଖଣ୍ଡ ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ଆକଳନ କରାଯାଉଛି, ୪ତାରିଖ ମଧ୍ୟାହ୍ନ ପର୍ଯ୍ୟନ୍ତ ସୁନ୍ଦରଗଡରୁ ସମ୍ବଲପୁର ପର୍ଯ୍ୟନ୍ତ ପଶ୍ଚିମ ଓଡ଼ିଶା ଏବଂ ଛତିଶଗଡରେ ପ୍ରବଳ ବର୍ଷା ହୋଇପାରେ। କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ୬ତାରିଖ ସନ୍ଧ୍ୟାରୁ ରାଜ୍ୟରେ ବର୍ଷା ପରିମାଣ ବଢ଼ିବ। ପଶ୍ଚିମ ଓ ଉତ୍ତର ଆଭ୍ୟନ୍ତରୀଣରେ ୮ତାରିଖ ପର୍ଯ୍ୟନ୍ତ ବର୍ଷା ହୋଇପାରେ।