ପାଞ୍ଚ ସ୍ତ୍ରୀଙ୍କ ସ୍ୱାମୀ ସତ୍ୟଜିତ ସାମଲଙ୍କୁ ରିମାଣ୍ଡରେ ନେଲା ପୁଲିସ

ପାଞ୍ଚ ସ୍ତ୍ରୀଙ୍କ ସ୍ୱାମୀ ସତ୍ୟଜିତ ସାମଲଙ୍କୁ ରିମାଣ୍ଡରେ ନେଇଛି କମିଶନରେଟ ପୁଲିସ। ଆଜିଠୁ ୨ ଦିନିଆ ରିମାଣ୍ଡରେ ନେଇ ପଚରାଉଚରା କରୁଛି ପୁଲିସ। ନିଜକୁ ଆଇବି ଇନ୍ସପେକ୍ଟର ବୋଲି ପରିଚୟ ଦେଉଥିଲା ସତ୍ୟଜିତ। ଫୋନ କରି ଯୁବତୀ ଓ ମହିଳାଙ୍କୁ ପ୍ରେମ ନିବେଦନ କରୁଥିଲା। ୫ଜଣ ମହିଳାଙ୍କୁ ବିବାହ ମଧ୍ୟ କରିଥିଲା। ଲାଇନରେ ଥିଲେ ଆହୁରି ୪୯ ମହିଳା। ସତ୍ୟଜିତ ନିଜକୁ ଗୁଇନ୍ଦା ଇନ୍ସପେକ୍ଟର କହି ମହିଳାଙ୍କୁ ଠକୁଥିଲେ। ବିଧବା ମହିଳା ଓ ଡିଭୋର୍ସିଙ୍କୁ ଟାର୍ଗେଟ କରି ଟଙ୍କା ଠକେଇ କରୁଥିଲେ। ୧୦ଦିନିଆ ରିମାଣ୍ଡରେ ନେବାକୁ ପୁଲିସ ଆବେଦନ କରିଥିବା ବେଳେ କୋର୍ଟ ଦୁଇ ଦିନ ପାଇଁ ରିମାଣ୍ଡ ଅନୁମତି ଦେଇଛନ୍ତି। ଏହି ସମୟରେ ସତ୍ୟଜିତଙ୍କ ଅନେକ ଗୁମର ଖୋଲିପାରେ।

ଅଧିକ ପଢନ୍ତୁ

Odisha Darpan Digital