ପଶ୍ଚିମ ଝାଡ଼ଖଣ୍ଡ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାସହ ମୌସୁମୀ ସକ୍ରିୟ ରହିଥିବାରୁ ରାଜ୍ୟରେ ବର୍ଷା ଜାରି ରହିଛି। ଗୁରୁବାର ନୟାଗଡ଼ରେ ସର୍ବାଧିକ ୪୯.୦ ମି.ମି. ବର୍ଷା ରେକର୍ଡ କରାଯାଇଥିବାବେଳେ ଢେଙ୍କାନାଳରେ ୪୫.୨ ମି.ମି., ତାଳଚେର ୩୫.୦ ମି.ମି., ବାରିପଦା ୩୦.୨ ମିିମି ଏମଂ ନବରଙ୍ଗପୁରରେ ୧୬.୪ ମିମି ବର୍ଷା ହୋଇଛି।ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ଆକଳନ ହେଉଛି ଯେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର ଓ କେନ୍ଦୁଝର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।
ପରବର୍ତ୍ତୀ ୭୨ ଘଣ୍ଟା ମଧ୍ୟରେ ସେଭଳି ବର୍ଷା ନାହିଁ। ଜୁନ୍ ପହିଲାରୁ ଅଗଷ୍ଟ ୮ ଅର୍ଥାତ୍ ମୌସୁମୀ ସମୟରେ ରାଜ୍ୟରେ ନିଅଣ୍ଟିଆ ବର୍ଷା ଲାଗିରହିଛି।ଶୁକ୍ରବାର ରାଜ୍ୟର ବିଭିନ୍ନ ଜିଲାରେ ୭ରୁ ୧୧ ସେମି ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଥିବାରୁ ସମ୍ପୃକ୍ତ ୯ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏହି ଜିଲାଗୁଡ଼ିକ ମଧ୍ୟରେ ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, କୋରାପୁଟ, ବରଗଡ଼, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା ଓ ବଲାଙ୍ଗୀର ରହିଛି।