୧୬ରୁ ୨୦ ତାରିଖ ଯାଏ ପ୍ରବଳ ବର୍ଷା 

ରାଜ୍ୟରେ ଏବେ ମୌସୁମୀ ବର୍ଷା ଜାରି ରହିଛି। ଶୁକ୍ରବାର ପାରଳାଖେମୁଣ୍ଡିରେ ସର୍ବାଧିକ ୧୬.୨ମିମି ବର୍ଷା ରେକର୍ଡ କରାଯାଇଥିବାବେଳେ ଢେଙ୍କାନାଳରେ ୧୪, ବାଲେଶ୍ୱରରେ ୧୦.୬, ନବରଙ୍ଗପୁରରେ ୬.୨, କେନ୍ଦୁଝରରେ ୫.୬, କେନ୍ଦ୍ରାପଡ଼ାରେ ୫.୩ ଓ ବଲାଙ୍ଗୀରରେ ୫ମିମି ବର୍ଷା ହୋଇଛି। ତେବେ ଲଘୁଚାପ ପ୍ରଭାବରେ ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ଅଧିକ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୧୯ ତାରିଖ ଯାଏ ଓଡ଼ିଶାର ବିସ୍ତୃତ ଅଞ୍ଚଳରେ ବର୍ଷା ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ତାର ବିସ୍ତାରିତ ଆକଳନରେ ଦର୍ଶାଇଛି । ପ୍ରବଳ ବର୍ଷା ପାଇଁ ରାଜ୍ୟର କିଛି ଅଞ୍ଚଳରେ ସ୍ୱଳ୍ପରୁ ମଧ୍ୟମ ଧରଣର ଅଚାନକ ବନ୍ୟା ସ୍ଥିତି ସୃଷ୍ଟି ହୋଇପାରେ ।

ଏଥିପାଇଁ ସତର୍କତା ଜାରି କରାଯାଇଛ ସେହିଭଳି ୨୨ରୁ ୨୮ ଅଗଷ୍ଟ ଯାଏ ରାଜ୍ୟରେ ସ୍ୱାଭାବିକ ବା ସ୍ୱାଭାବିକଠାରୁ ଅଧିକ ବର୍ଷା ହେବ ବୋଲି ଏହି ଆକଳନରେ କୁହାଯାଇଛି । ଶନିବାର ଉତ୍ତର ଓଡ଼ିଶାର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଶନିବାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକ ଜିଲାକରେ ଅତି ପ୍ରବଳ ବର୍ଷା ହେବାକୁ ଥିବାରୁ ଏସବୁ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ବରଗଡ଼, ନୂଆପଡ଼ା, ବଲାଙ୍ଗୀର, ବୌଦ୍ଧ ଓ ସୋନପୁରରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି ହୋଇଛି।

ଅଧିକ ପଢନ୍ତୁ