କଟକରେ ରହିବ ଅବକାରୀ କମିଶନର ଅଫିସ । ଭୁବନେଶ୍ବର ସ୍ଥାନାନ୍ତର ହେବା ଏକ ଗୁଜବ ମାତ୍ର । ଏକଥା ସ୍ପଷ୍ଟ କରିଛନ୍ତି ଅବକାରୀ କମିଶନର ନରସିଂହ ଭୋଳ । ସ୍ଥାନ ଅଭାବରୁ କେବଳ ଲ୍ୟାବ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି । କଟକ କୃଷକ ବଜାରରେ ଅବକାରୀ କମିଶନରଙ୍କ କାର୍ଯ୍ୟାଳୟ ରହିଛି। ଭୁବନେଶ୍ବରରେ କେବଳ କ୍ୟାମ୍ପ ଅଫିସ ଜରୁରୀ କାମ ପଡିଲେ ଆସେ ।
ପୂର୍ବରୁ ରାଜସ୍ବ ବିଭାଗ ଅଧୀନରେ ଅବକାରୀ ବିଭାଗ ରହିଥିଲା । ସେଥିପାଇଁ କମିଶନର ଅଫିସ ରାଜସ୍ବ ପରିଷଦ କୋଠାରେ ଚାଲିଥିଲା । ୧୯୯୯ରେ ଅଲଗା ହେବା ପରେ ବି ଅଫିସ ସେଇଠି ଚାଲିଥିଲା । ୨ ବର୍ଷ ତଳେ ନିର୍ଦ୍ଦେଶ ହେବାରୁ ଫ୍ଲାଇଂ ସ୍କ୍ବାଡ୍ ଅଫିସକୁ ସ୍ଥାନାନ୍ତର ହୋଇଥିଲା ।