୫ରେ ପୁଣି ଏକ ଲଘୁଚାପ

ଆସନ୍ତା ୫ ତାରିଖ ବେଳକୁ ପଶ୍ଚିମକେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ପ୍ରଭାବରେ ୫ରୁ ୮ ତାରିଖ ମଧ୍ୟରେ ରାଜ୍ୟର କେତେକ ଜିଲ୍ଲାରେ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାକୁ ଥିବାବେଳେ ଉପକୂଳରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବ।

ଆସନ୍ତା ୨୪ଘଣ୍ଟା ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜମ, ଗଜପତି, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଏବଂ କଳାହାଣ୍ଡି ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ।

ତେବେ ଆସନ୍ତାକାଲି ବର୍ଷା ନେଇ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି ଓ କଳାହାଣ୍ଡି ଜିଲ୍ଲାକୁ ୟଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଲଘୁଚାପ ପ୍ରଭାବରେ ୮ ତାରିଖ ଯାଏଁ ବର୍ଷା ଲାଗି ରହିବାର ସମ୍ଭାବନା ରହିଛି । ଅନ୍ୟପଟେ ଚଳିତ ମୌସୁମୀ ଋତୁରେ ରାଜ୍ୟରେ ଜୁନ ୧ରୁ ଏଯାବତ ୮୪୦.୭ ମିମି ବର୍ଷା ରେକର୍ଡ ହୋଇଛି। ଏବେ ବି ୧୧ ପ୍ରତିଶତ ନିଅଣ୍ଟିଆ ବର୍ଷା ରହିଛି। ୯୪୧. ୧ ମିମି ବର୍ଷା ସ୍ୱାଭାବିକ ରହିବା କଥା । ତେବେ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ପ୍ରଶାସନ ପ୍ରସ୍ତୁତ ରହିବାକୁ ଏସ୍‌ଆରସିଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି।

ଅଧିକ ପଢନ୍ତୁ

Odisha Darpan Digital