ରାଜ୍ୟରେ ବଢୁଛି ସଡ଼କ ଦୁର୍ଘଟଣା । ୨୦୨୩ରେ ରାଜ୍ୟରେ ସଡ଼କ ଦୁର୍ଘଟଣାରେ ୫ ହଜାର ୬୯୬ ଜଣଙ୍କ ଜୀବନ ଯାଇଛି । ଆଉ ଆହତ ହୋଇଛନ୍ତି ୧୦ ହଜାର ୪୧୯ ଜଣ ବୋଲି ବିଧାନସଭାରେ ଉତ୍ତରେ ଦେଇଛନ୍ତି ସଡ଼କ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା । ସେହିପରି ୨୦୧୯ରୁ ୨୦୨୩ ପର୍ଯ୍ୟନ୍ତ ଗତ ୫ ବର୍ଷ ମଧ୍ୟରେ ମୋଟ ୫୫ ହଜାର ୫୮୦ଟି ସଡକ ଦୁର୍ଘଟଣା ଘଟିଛି । ଏଥିରେ ୨୬ ହଜାର ୩୨୫ ଜଣ ପ୍ରାଣ ହରାଇଥିବା ମନ୍ତ୍ରୀ ସୂଚନା ପ୍ରଦାନ କରିଛନ୍ତି। ସୁନ୍ଦରଗଡ଼ ଜିଲ୍ଲାରେ ସର୍ବାଧିକ ୪୪୮ ଜଣଙ୍କ ମୃତ୍ୟୁ ଘଟିଥିଲା ।